ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ! ସାଧା ପୋଷାକରେ ପୋଲିସ ସମସ୍ତଙ୍କ….

ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ ରହିବେ। ଶେଷ ଭାବରେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ବ୍ୟକ୍ତିଙ୍କ ଉପରେ କଡ଼ା ନଜର ରଖାଯିବ। ସହରର ବିଭିନ୍ନ ଛକରେ ବ୍ଲକିଂ ଓ ଚେକିଂକୁ ଜୋରଦାର କରାଯିବ। ତେଣୁ ନିଶାସକ୍ତ ଅବସ୍ଥାରେ ଗାଡ଼ି ଚାଳନା ନକରିବାକୁ କମିଶନରେଟ ପୁଲିସ ପକ୍ଷରୁ ସାଧାରଣ ଜନତାଙ୍କୁ ପରାମର୍ଶ ଦିଆଯାଇଛି।ଏନେଇ ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ। ନିର୍ଦ୍ଦିଷ୍ଟ ସମୟ ଭିତରେ ଜିରୋ ନାଇଟ ସେଲିବ୍ରେସନ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଉତ୍ସବ ସମୟରେ ମହିଳା ଓ ଯୁବତୀମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ହାଇ ଏଫିସିଏନ୍ସି ରେସପନ୍ସ (HER) ଟିମ୍ ମୁତୟନ ରହିବେ। ସାଧା ପୋଷାକରେ ପୋଲିସ ସମସ୍ତଙ୍କ ଉପରେ ନଜର ରଖିବେ ।

ଅଧିକ ପଢନ୍ତୁ