ଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି ।

ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ନବମ ପାଳି। ଲୋକଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି ସରକାର। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ । ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ପୁରୀ ଜିଲ୍ଲାର ନିମାପଡ଼ାରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ହେମନ୍ତ ସାହୁଙ୍କୁ ୧ ଲକ୍ଷ ଟଙ୍କା, ଖୋର୍ଦ୍ଧା ଜିଲ୍ଲା ନିରାକାରପୁରରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ବିଚିତ୍ର ପାଇକରାୟଙ୍କୁ ୧ ଲକ୍ଷ ଟଙ୍କା, ବାଲେଶ୍ୱର ଜିଲ୍ଲା ଭୋଗରାଇରୁ ଆସିଥିବା ବୋନ୍ ମ୍ୟାରୋ କ୍ୟାନସର ପୀଡ଼ିତା ହାଜିରା ବିବିଙ୍କୁ ୩ ଲକ୍ଷ ଟଙ୍କା ଏବଂ କନ୍ଧମାଳ ଜିଲ୍ଲା ଟିକାବାଲିରୁ ଆସିଥିବା କ୍ୟାନସର ପୀଡ଼ିତା ଇନ୍ଦୁ ବେହେରାଙ୍କୁ ୧ ଲକ୍ଷ ଟଙ୍କା ସହିତ ଗଜପତି ଜିଲ୍ଲାରୁ ପୁଅର ଚିକିତ୍ସାରେ ସର୍ବସ୍ୱାନ୍ତ ହୋଇଆସିଥିବା ଶ୍ରୀମତୀ ରଶ୍ମିତା ନାୟକଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ତୁରନ୍ତ ମଞ୍ଜୁର କରିଥିଲେ ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୭ ଜଣ ସଦସ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣୁଥିଲେ । କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ । ସମସ୍ତଙ୍କ ଅଭିଯୋଗ ଗୁଡ଼ିକୁ ଗୁରୁତ୍ୱର ସହ ଶୁଣି ଆବଶ୍ୟକ ସ୍ଥଳେ ଟେଲିଫୋନ୍ ଜରିଆରେ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ଉପସ୍ଥିତ ବରିଷ୍ଠ ସଚିବ ସ୍ତରୀୟ ଅଧିକାରୀମାନେ ସମ୍ପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ । ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମ ସନ୍ତୋଷର ଚିହ୍ନ ।

ଅଧିକ ପଢନ୍ତୁ