ବଲାଙ୍ଗୀର ଜିଲାର ୧୧ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଦରମା ବନ୍ଦ କରିବାକୁ ଜିଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି । ‘ଏକ ପେଡ ମା’ କେ ନାମ’ କାର୍ଯ୍ୟକ୍ରମ ଚାଲିଥିବାବେଳେ ଜିଲାରେ ଥିବା ବିଭିନ୍ନ ସରକାରୀ ସ୍କୁଲରେ ପାଳନ କରୁ ନ ଥିବା ଦେଖାଦେଇଛି । ବଲାଙ୍ଗୀର ଜିଲ୍ଲା ଅଧିକାରୀ ୧୧ଟି ବ୍ଲକ ଶିକ୍ଷା ଅଧିକାରୀ ହେଲେ, ଆଗଲପୁର ବିଇଓ ଶ୍ୟାମ ମେହେର, ସଇଁତଲା ବିଇଓ ଦିଲୀପ କୁମାର ଯୋଶୀ, ଟିଟିଲାଗଡ଼ ବିଇଓ ଆତ୍ରତ୍ରାଣ ରଥ, ଦେଓଗାଁ ବିଇଓ ମମତା ମହଦିକ, ଗୁଡଭେଲା ବିଇଓ ନମିତା ରାଣୀ ଭୋଇ, ବଙ୍ଗୋମୁଣ୍ଡା ବିଇଓ ବୈକୁଣ୍ଠ ଶବର, ମୁରିବାହାଲ ବିଇଓ ସାନ୍ତୁନୁ କୁମାର ପଢିହାରି, ତୁରକେଲା ବିଇଓ ଗୌତମ ପଟେଲ, ବେଲପଡା ବିଇଓ ଅଭିନବ ମିଶ୍ର, ପାଟଣାଗଡ ବିଇଓ ଶଙ୍କର ପ୍ରସାଦ ମାଝୀ, ଏବଂ ପୁଇଁତଲା ବିଇଓ ରତ୍ନମୟୀ ପୁରୋହିତ। ସମସ୍ତ ୧୧ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି ଜାରି କରିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ । ଏହି ଅଧିକାରୀଙ୍କ ଜୁଲାଇ ମାସର ଦରମା ବନ୍ଦ କରାଯାଇଥିବା ବେଳେ ପରବର୍ତ୍ତୀ ନିର୍ଦ୍ଦେଶ କିମ୍ବା କାର୍ଯ୍ୟକ୍ରମରେ ଶତ ପ୍ରତିଶତ ସଫଳତା ହାସଲ ପରେ ଦରମା ପ୍ରଦାନ କରାଯିବାକୁ ନିର୍ଦ୍ଦେଶରେ ଉଲ୍ଲେଖ ରହିଥିବାରୁ ଏହା ଚର୍ଚ୍ଚାର ବିଷୟ ହୋଇଛି।
