ଗତ ୧୦ ବର୍ଷରେ ଓଡ଼ିଶାର ବିକାଶକୁ କେନ୍ଦ୍ର ଅବହେଳା କରିଛନ୍ତି: ବିଜେଡି

ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ନେତା ଓ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ ଦାସବର୍ମା ଓ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଶାସନ କାଳରେ ଓଡ଼ିଶାର ବିକାଶକୁ ଅଗ୍ରାଧିକାର ଦେଇଥିବା ବକ୍ତବ୍ୟକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି ।ଶ୍ରୀଯୁକ୍ତ ଦାସବର୍ମା କହିଥିଲେ, ଦୀର୍ଘ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଆମ ଦଳ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ଦାବି କରିଆସୁଛି । ଏଥିପାଇଁ ପଲ୍ଲୀ ଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଆମେ ଆମ ସ୍ୱର ଉତ୍ତୋଳନ କରିଆସୁଛୁ ।

ଭାରତବର୍ଷର ମହାମହିମ ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ନୀତି ଆୟୋଗ ପର୍ଯ୍ୟନ୍ତ ଆମ ଦାବିକୁ କେବଳ ଉପସ୍ଥାପନା କରାଯାଇନି, ଓଡ଼ିଶା ବିଧାନସଭାରେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ପାଇଁ ସର୍ବଦଳୀୟ ପ୍ରସ୍ତାବ ମଧ୍ୟ ପାରିତ ହୋଇଛି । କିନ୍ତୁ ଦୁର୍ଭାଗ୍ୟର କଥା ଓଡ଼ିଶାରୁ ବିଜେପି ସରକାର ୨୧ରୁ ୨୦ ସାଂସଦ ହାସଲ କରିଥିବା ବେଳେ ଚଳିତ ବଜେଟ୍‌ରେ କେନ୍ଦ୍ର ସରକାରଙ୍କ ଓଡ଼ିଶା ପ୍ରତି ଆଭିମୁଖ୍ୟ ନୈରାଶ୍ୟଜନକ । ବିହାରକୁ ୨୬ ହଜାର କୋଟି ଓ ଆନ୍ଧ୍ରପ୍ରଦେଶକୁ ୧୬ ହଜାର କୋଟି ଟଙ୍କାର ସ୍ୱତନ୍ତ୍ର ଅନୁଦାନ ଦେଇଥିବା ବେଳେ କେନ୍ଦ୍ର ସରକାରଙ୍କ ଓଡ଼ିଶା ପ୍ରତି ଅବହେଳା ଜଳ ଜଳ ହୋଇ ଦେଖାଯାଉଛି ।

ଅଧିକ ପଢନ୍ତୁ