ଗର୍ଭବତୀଙ୍କୁ ନେଇ ଯାଉଥିଲା ଆମ୍ବୁଲାନ୍ସ, ଅଧାବାଟରେ ଶୋଇପଡିଲେ ଡ୍ରାଇଭର

ନିଶାରେ ଶୋଇପଡ଼ିଲେ ଡ୍ରାଇଭର । ଅଧାବାଟରେ ଅଟକିଲେ ରୋଗୀ । ଜଣେ ଗର୍ଭବତୀ ରୋଗୀଙ୍କୁ ମେଡିକାଲ ନେଇ ଯାଉଥିବା ବେଳେ ଏଭଳି ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି । ୧୦୮ ଆମ୍ବୁଲାନ୍ସ ଭିତରେ ରୋଗୀ ଥିବା ବେଳେ ଡ୍ରାଇଭର ଜଣଙ୍କ ନିଶାରେ ଶୋଇପଡ଼ିଛନ୍ତି । ଗଜପତି ଜିଲ୍ଲା ଆର. ଉଦୟଗିରି ବ୍ଲକ୍ କାନିକିପଦର୍‌ରେ ନଜର ଆସିଛି ଏପରି ଘଟଣା । ସୂଚନାନୁଯାୟୀ କାନିକିପଦର୍ ଗାଁର ବିଜୟ ରଇତଙ୍କ ପତ୍ନୀ ନନ୍ଦିନୀ ରଇତଙ୍କ ଗର୍ଭ ଯନ୍ତ୍ରଣା ହେବାରୁ ବିଳମ୍ବିତ ରାତିରେ ପରିବାର ଲୋକେ ତାଙ୍କୁ ଚନ୍ଦ୍ରଗିରି ମେଡ଼ିକାଲରେ ଭର୍ତ୍ତି କରିଥିଲେ l ହେଲେ ଗର୍ଭସ୍ତ ଶିଶୁର ଅବସ୍ଥା ଭଲ ନଥିବାରୁ ଡାକ୍ତର ତାଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡ଼ିକାଲକୁ ସ୍ତାନାନ୍ତର କରିଥିଲେ l ୧୦୮ ଆମ୍ବୁଲାନ୍ସରେ ବ୍ରହ୍ମପୁର ଯିବା ବେଳେ ଡ୍ରାଇଭର ଅତ୍ୟଧିକ ମଦ୍ୟପାନ କରିଥିବା ଯୋଗୁଁ ବେପରୁଆ ଗାଡ଼ି ଚାଳନା ସହ ଅଧା ରାସ୍ତାରେ ଆମ୍ବୁଲାନ୍ସ ରଖି ଦେଇ ଡ୍ରାଇଭର ଜଣଙ୍କ ଗାଡ଼ିରେ ଶୋଇ ପଡିଥିଲେ lଫଳରେ ପରିବାର ଲୋକେ ବାଧ୍ୟ ହୋଇ ବିଳମ୍ୱିତ ରାତିରେ ଅନ୍ୟ ଏକ ଗାଡ଼ି ଭଡ଼ା କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚିଥିଲେ ।

ଅଧିକ ପଢନ୍ତୁ