ୟୁଟ୍ୟୁବ୍ ଚ୍ୟାନେଲରେ ପ୍ରବଚନ ଦେଉଥିବା ଜଣେ ଭଣ୍ଡ ପ୍ରବଚକ ଗିରଫ ହୋଇଛନ୍ତି। ଯୁବକ ଜଣକ କଟକର ବାସିନ୍ଦା । ସେ ଏକ ୟୁଟ୍ୟୁବ୍ ଚ୍ୟାନେଲରେ ପ୍ରବଚନ ଦେଉଥିଲେ। ଚୋରି କରିବା ଅପରାଧ, ଏହାକୁ କିପରି ରୋକା ଯାଇ ପାରିବ ସେସମ୍ପର୍କରେ ଲୋକମାନଙ୍କୁ ପ୍ରବଚନ ଦେଉଥିଲେ। ମାତ୍ର ନିଜେ ଚୋରି କରି ବନ୍ଧା ହେବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।ଭରତପୁର ଥାନା ଖଣ୍ଡଗିରି ବାରି ଲୁଟ୍ ଘଟଣାରେ ଏହି ପ୍ରବଚକ ଜଣକ ଗିରଫ ହୋଇଛନ୍ତି।ତାଙ୍କଠାରୁ ୨ ଶହ ଗ୍ରାମ ସୁନା, ୧ ଲକ୍ଷ କ୍ୟାଶ, ବାଇକ୍, ଲୁହା ରଡ୍ ଜବତ କରାଯାଇଛି।
