ଗୁରୁବାର ପବିତ୍ର ବ୍ୟଞ୍ଜନ ଦ୍ବାଦଶୀ।

ଦୀର୍ଘବର୍ଷ ଧରି ପୁରୀର ଗୌରବିହାର ବା ମାତା ମଠରେ ମାର୍ଗଶୀର ଶୁକ୍ଳ ଦ୍ୱାଦଶୀକୁ ବ୍ୟଞ୍ଜନ ଦ୍ୱାଦଶୀ ଭାବେ ପାଳନ କରାଯାଇଆସୁଛି। ଦ୍ୱାପର ଯୁଗର ଲୋକକଥା ଓ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ବ୍ୟଞ୍ଜନ ଦ୍ୱାଦଶୀକୁ ଭକ୍ତି ଓ ନିଷ୍ଠାର ସହ ପାଳନ କରାଯାଉଛି। ୨୦୧୬ ମସିହାରେ ୫୫୫ ପ୍ରକାରର ବ୍ୟଞ୍ଜନ ,୨୦୧୭ରେ ୬୧୧ ପ୍ରକାର ,୨୦୧୮ରେ ୬୩୫ ପ୍ରକାର ଓ ୨୦୧୯ରେ ୬୭୫ ପ୍ରକାର ବ୍ୟଞ୍ଜନ ପ୍ରସ୍ତୁତ କରି ଠାକୁରଙ୍କୁ ଭୋଗ କରି ରେକର୍ଡ କରାଯାଇଥିଲା । ହେଲେ ୨୦୨୦ରେ ବ୍ୟଞ୍ଜନ ଦ୍ୱାଦଶୀରେ ୧୫୧ ପ୍ରକାର ବ୍ୟଞ୍ଜନ କରି ମାତା ମଠ ପକ୍ଷରୁ କୋଭିଡ କଟକଣାରେ ମହୋତ୍ସବ କରିବା ବେଶ କଷ୍ଟସାଧ୍ୟ ହୋଇଥିଲା।ବିଶେଷକରି ଗୌଡ଼ୀୟ ବୈଷ୍ଣବଙ୍କ ଦ୍ୱାରା ପ୍ରତିବର୍ଷ ଏହି ଦିନରେ ବ୍ୟଞ୍ଜନ ଦ୍ୱାଦଶୀ ପାଳନ କରାଯାଇଥାଏ।

ଦ୍ୱାପର ଯୁଗରେ ମା ଯଶୋଦା ସ୍ନେହ, ଶ୍ରଦ୍ଧାର ସହ ଏହି ଦିନରେ ନାନାଦି ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରି ପ୍ରଭୁ ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ। ଏହି ପରମ୍ପରାକୁ ବୈଷ୍ଣବ ଗୌଡ଼ୀୟ ମାନେ ବଞ୍ଚାଇ ରଖିଥିବା ବେଳେ ଏହି ପର୍ବର ଯଥେଷ୍ଟ ପୂର୍ବରୁ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ ପାଇଁ ଆରମ୍ଭ ହୁଏ ପ୍ରକ୍ରିୟା। ଗଞ୍ଜାମ, ଗଜପତି, ପୁରୀ ତଥା ପଶ୍ଚିମବଙ୍ଗର ବହୁ ଶ୍ରଦ୍ଧାଳୁ ରାଧାଙ୍କୁ ସ୍ମରଣ କରି ବହୁ ଶ୍ରମ କରି ବହୁବିଧି ବ୍ୟଞ୍ଜନ ପ୍ରସ୍ତୁତ କରିବା ସହ ଶ୍ରକୃଷ୍ଣଙ୍କ ଉଦ୍ଧେଶ୍ୟରେ ସମର୍ପଣ କରିଥାନ୍ତି। ଏହା ପରେ ସ୍ୱତନ୍ତ୍ର ପତ୍ରରେ ସମ୍ମିଳିତ ଭାବେ ସମସ୍ତେ ପ୍ରସାଦ ସେବନ କରିଥାନ୍ତି।

ଅଧିକ ପଢନ୍ତୁ