ଗ୍ରାହକଙ୍କୁ ଛାନିଆ କଲାଣି ସୁନା ଦର, ଆଜି ଏତିକି ବଢିଲା

ପ୍ରତିଦିନ ମହଙ୍ଗା ହେଉଛି ସୁନା । ଗରିବ ହେଉକି ମଧ୍ୟବିତ୍ତ ସମସ୍ତଙ୍କୁ ଘାରିଛି ସୁନା ଚିନ୍ତା। ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧୧୦୦ଟଙ୍କା ବୃଦ୍ଧି ପାଇଥିବା ବେଳେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧୨୦୦ଟଙ୍କା ‍ବୃଦ୍ଧି ପାଇଛି । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୧୧୦୦ ବୃଦ୍ଧି ପାଇଛି । ୨୪ କ୍ୟାରେଟ୍ ସୁନା ୧୨୦୦ଟଙ୍କା ବୃଦ୍ଧି ପାଇଛି । ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୩,୯୩୦ ଟଙ୍କା ରହିଥିବା ବେଳେ ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୫, ୧୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୭, ୨୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୬, ୬୧୦ ଓ ୮୮, ୫୬୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୭,୦୦୦ ଟଙ୍କା ହୋଇଛି ।

ଅଧିକ ପଢନ୍ତୁ

kc ads