ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି, କମିଲା ସୁନା ଦର ।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୫,୭୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୨,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୫,୭୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୨,୮୦୦ ଟଙ୍କାକୁ ପହଞ୍ଚିଛି । ଅନ୍ୟପଟେ ରୂପା ଦର ମଧ୍ୟ ହ୍ରାସ ପାଇଛି । ରୂପା ଦର ୧୫ହଜାର ଟଙ୍କା ହ୍ରାସ ପାଇ କିଲୋଗ୍ରାମ୍ ପିଛା ୨ଲକ୍ଷ ୮୦ହଜାରରେ ପହଞ୍ଚିଛି । ଗତକାଲି ରୂପା କିଲୋ ପିଛା ୨ଲକ୍ଷ ୯୫ହଜାର ଟଙ୍କା ରହିଥିଲା ।
