ଜ୍ୟରେ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ କିଛି ଦିନ ହେବ କୋଭିଡ ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ 18ରେ ପହଞ୍ଚିଛି ସଂକ୍ରମିତଙ୍କ ସଂଖ୍ୟା ।ଏହାକୁ ନଜରରେ ରଖି ଛାତ୍ର ଏବଂ କର୍ମଚାରୀମାନଙ୍କୁ ସୁରକ୍ଷା ଦେବା ପାଇଁ ଗ୍ରୀଷ୍ମ ଛୁଟି ପରେ ସ୍କୁଲଗୁଡ଼ିକରେ ଓଡ଼ିଶା ସରକାର ସୁରକ୍ଷା ପ୍ରୋଟୋକଲ୍ ଲାଗୁ କରିବେ।
ସ୍କୁଲଗୁଡ଼ିକ ପୁଣି ଆରମ୍ଭ ହେବା ପରେ ସମସ୍ତ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ କୋଭିଡ୍-୧୯ ସୁରକ୍ଷା ବ୍ୟବସ୍ଥା ପାଳନ କରିବାକୁ ପଡିବ। ବର୍ଦ୍ଧିତ ମାମଲାକୁ ଦୃଷ୍ଟିରେ ରଖି ସମସ୍ତଙ୍କୁ ସତର୍କ ରହିବାକୁ ପଡିବ। ସ୍ୱାସ୍ଥ୍ୟ ଏବଂ ସୁରକ୍ଷା ଆମର ସର୍ବୋଚ୍ଚ ପ୍ରାଥମିକତା ବୋଲି ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ ଗୁରୁବାର ସାମ୍ବାଦିକମାନଙ୍କୁ ସୂଚନା ଦେଇ କହିଛନ୍ତି।