ଘଡ଼ଘଡ଼ି ସହ ଝିପଝିପ ବର୍ଷା, ୩ ଘଣ୍ଟା ପାଇଁ ସତର୍କ କଲା ପାଣିପାଗ କେନ୍ଦ୍ର

ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା। ୩ ଘଣ୍ଟା ପାଇଁ ୫ ଜିଲ୍ଲାକୁ ବର୍ଷା ପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।ଢେଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର। ହାଲୁକାରୁ ମଧ୍ୟମ ଧରଣର ବର୍ଷାର ପୂର୍ବାନୁମାନ କରାଯାଇଛି।

ରାଜଧାନୀ ବ୍ୟତୀତ ରାଜ୍ୟର ଅନେକ ସ୍ଥାନରେ ଏହି ବର୍ଷା ଦେଖିବାକୁ ମିଳିଛି। ନିମ୍ବଚାପ ରେଖା ପ୍ରଭାବରେ ଏହି ବର୍ଷା ଜାରି ରହିଛି। ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।ଗତକାଲି ଠାରୁ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଗତକାଲି କଟକ, ଯାଜପୁର, କେନ୍ଦୁଝର ଆଦି ଜିଲ୍ଲାରେ ବର୍ଷା ହୋଇଥିଲା । ବର୍ଷା ସହ ଜୋରସୋର ପବନ ହୋଇଥିଲା । ଆସନ୍ତା ୨୩ ତାରିଖ ଯାଏଁ ରାଜ୍ୟର କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ