ଘଣ୍ଟ ଛତା କାହାଳୀ ମଧ୍ୟରେ ଶ୍ରୀନଅରକୁ ବିଜେ ହେବ ଖଡ଼ି ପ୍ରସାଦ ।

ଆଜି ଅଣବସରର ଚତୁର୍ଦ୍ଦଶୀ ତିଥିରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯିବ। ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡ଼ିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୁପା ଥାଳରେ ଆଣି ଗଜପତି ମହାରାଜାଙ୍କୁ ଅର୍ପଣ କରିବେ ।

ଏହାପରେ ହିଙ୍ଗୁଳା, ହରିତାଳ, କେଶର, କସ୍ତୁରୀ ଭଳି ପାରମ୍ପରିକ ରଙ୍ଗ ବ୍ୟବହାର କରି ଦତ୍ତମହାପାତ୍ର ସେବାୟତମାନେ ବନକଲାଗି କରିବେ। ଏହାପରେ ମହାପ୍ରଭୁ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ।ତେବେ ଆଜି ଏହି ବନକଲାଗି ନୀତି ଅନୁଷ୍ଠିତ ହେବାକୁ ଥିବାବେଳେ ଦତ୍ତମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ନୀତି କରିବେ। ସେପଟେ ଆଉ ମାତ୍ର ଦୁଇଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

ଅଧିକ ପଢନ୍ତୁ

kc ads