ଘୂର୍ଣ୍ଣିବଳୟ ସାଙ୍ଗକୁ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ ।

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା। ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।ଗତ ୨୪ଘଣ୍ଟା ମଧ୍ୟରେ ପୁରୀ, ନୟାଗଡ଼, ଝାରସୁଗୁଡ଼ା, ଅନୁଗୋଳ, ମୟୂରଭଞ୍ଜ, ଢେଙ୍କାନାଳ, ସମ୍ବଲପୁର, କୋରାପୁଟ ଏବଂ କଳାହାଣ୍ଡି ଜିଲାରେ ତୁହାକୁ ତୁହା ବର୍ଷା ହୋଇଛି। ପୁରୀ ଜିଲା ଅସ୍ତରଙ୍ଗରେ ୮୪ମି.ମି, ନୟାଗଡ଼ ଜିଲା ଖଣ୍ଡପଡ଼ାରେ ୭୯.୨ମି.ମି ବର୍ଷା ରେକର୍ଡ ହୋଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।ପରବର୍ତ୍ତୀ ଦୁଇ ଦିନ ଅର୍ଥାତ ୧୧ ଓ ୧୨ ତାରିଖରେ କାଭାଁ କେତେକ ସ୍ଥାନରେ କାଳବୈଶାଖି ଜନିତ ବର୍ଷା ହେବାର ଆଶଙ୍କା ରହିଛି। ତେବେ ୧୩ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ୧୪ ଓ ୧୫ ତାରିଖରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳସ୍ତର ବୃଦ୍ଧି ପାଇଛି। ଜଳଭଣ୍ଡାରର ୧୪ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଏଥିଯୋଗୁ ମହାନଦୀ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କଟକର ମୁଣ୍ଡଳୀ ଦେଇ ୫ ଲକ୍ଷ ୭୮ ହଜାର କ୍ୟୁସେକ୍‌ ବନ୍ୟାଜଳ ପ୍ରବାହିତ ହେଉଛି।

ଅଧିକ ପଢନ୍ତୁ

kc ads