ଦିଲ୍ଲୀ ଏମସରେ ସଫଦରଜଙ୍ଗ ଅଦାଲତଙ୍କ ନିର୍ଦ୍ଦେଶରେ ଜଣେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସମ୍ପୂର୍ଣ୍ଣ ଭିଡ଼ିଓଗ୍ରାଫି ସହ ପାଡ଼ିତାଙ୍କ ଚତୁର୍ଥ ଥର ବୟାନ ରେକର୍ଡ ହୋଇଛି । ଦନ୍ତକାରୀ ଅଧିକାରୀ ଡିଏସପି କଳ୍ପନା କାହଁରୀଙ୍କୁ ପୀଡ଼ିତା ଦେଇଥିବା ବୟାନରେ ସମ୍ପୂର୍ଣ୍ଣ ତଥ୍ୟା ଜଣାପଡ଼ିଥିବା ସୂଚନା ।ତେଣୁ ପୁଲିସକୁ ଗୁରୁତ୍ବପୂର୍ଣ ପ୍ରମାଣ ହସ୍ତଗତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ଚଳିତ ସପ୍ତାହରେ ପୁଲିସ ରହସ୍ୟର ଉନ୍ମୋଚନ କରିବ। ପ୍ରତ୍ୟକ୍ଷଦର୍ଶୀ ଦୁଃଖୀଶ୍ୟାମଙ୍କ ବୟାନକୁ ନେଇ ଏବେ ସନ୍ଦେହ ସୃଷ୍ଟି ହୋଇଛି। ପୀଡ଼ିତାଙ୍କୁ ୩ ଜଣ ଉଠାଇ ନେଇଥିବା କଥା ପ୍ରତ୍ୟକ୍ଷଦର୍ଶୀ ଦୁଃଖୀଶ୍ୟାମଙ୍କୁ ସ କହିନଥିବା ପୁଲିସ ଆଗରେ ବୟାନ ଦେଇଛନ୍ତି ଛାତ୍ରୀ I
ଫଳରେ ଦୁଃଖୀଶ୍ୟାମଙ୍କ ବୟାନକୁ ନେଇ ବି ପ୍ରଶ୍ନ ଉଠିବା ଚର୍ଚ୍ଚା ଆରମ୍ଭ ହୋଇଛି । ବର୍ତ୍ତମାନ ସୁଦ୍ଧା ଘଟଣାର ତଦନ୍ତ ଜାରି ରହିଛି । ତଦନ୍ତକାରୀ ଅଧିକାରୀ ତଥା ଡିଏସ୍ ପି କଳ୍ପନାଙ୍କ ସହ ବଳଙ୍ଗା ଥାନା ଅଧିକାରୀ ଦିଲ୍ଲୀ ଗସ୍ତରେ ଯାଇ ଅନ୍ୟ ପ୍ରମାଣ ସଂଗ୍ରହ ଲାଗି ପଚରାଉଚରା କରାଯାଇଛି । ଏବେ ସ୍ଥାନୀୟ ଲୋକ, ସମ୍ପର୍କୀୟ ଓ ଅନ୍ୟ ଲୋକଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇଛି ।