ଚନ୍ଦ୍ରଗ୍ରହଣ ପାଇଁ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି

ଆସନ୍ତାକାଲି ଚଳିତ ବର୍ଷର ଦ୍ୱିତୀୟ ଚନ୍ଦ୍ରଗ୍ରହଣ ପଡୁଛି । ଭାଦ୍ରବ ଶୁକ୍ଲପକ୍ଷ ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ରଗ୍ରହଣ । ଅନ୍ୟପଟେ ପୂର୍ଣ୍ଣିମାରେ ମଧ୍ୟ ପିତୃପକ୍ଷ ଆରମ୍ଭ ହେଉଛି । ଗ୍ରହଣ ୭ ତାରିଖ ରାତି ୯ଟା ୫୮ ମିନିଟରୁ ଆରମ୍ଭ ହୋଇ ଏହା ରାତି ୧ଟା ୨୬ ମିନିଟ୍‌ରେ ଶେଷ ହେବ ଗ୍ରହଣ । ଚନ୍ଦ୍ର ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ ମଧ୍ୟାହ୍ନ ୧୨ଟା ୫୭ ମିନିଟ୍‌ରେ ପାକ ତ୍ୟାଗ ଆରମ୍ଭ ହେବ । ଏହି ସମୟରେ ଭୋଜନ କରାଯାଏ ନାହିଁ ତା’ ସହ ସମସ୍ତ ଶୁଭ କାର୍ଯ୍ୟ କରିବାକୁ ମଧ୍ୟ ବାରଣ କରାଯାଏ । ଗ୍ରହଣ ସମୟରେ କୌଣସି ପ୍ରକାରର ଖାଦ୍ୟ ଗ୍ରହଣ କରନ୍ତୁ ନାହିଁ।ରବିବାରଠୁ ପିତୃଶ୍ରାଦ୍ଧ ଆରମ୍ଭ ହେଉଥିବାରୁ ଗ୍ରହଣ ସ୍ପର୍ଶ ପୂର୍ବରୁ ଶ୍ରାଦ୍ଧ ଓ ଦେବନୀତି ସଂପନ୍ନ କରିବାକୁ ପରାମର୍ଶ ଦିଆଯାଇଛି । ସେହିପରି ଗର୍ଭବତୀ, ଶିଶୁ ସତର୍କ ରହିବାକୁ କୁହାଯାଇଛି । ଅନ୍ୟପଟେ ବିଜ୍ଞାନ ଯୁଗରେ ଖଇବା ମନାକୁ ଅନ୍ଧବିଶ୍ୱାସ କହି ସମାଲୋଚନା କରିଛନ୍ତି ହେତୁବାଦୀ ।

ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ଛତିଶା ନିଯୋଗ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ, ଦିନ ୧୨ଟା ୫୭ରୁ ପାକ ତ୍ୟାଗ, ଦେବ ନୀତି ନିଷେଧ । ଗ୍ରହଣ ସ୍ପର୍ଶ ରାତି ୯ଟା ୫୭, ସର୍ବମୋକ୍ଷ ରାତି ୧ଟା ୨୭ । ଏହାକୁ ଦୃଷ୍ଟିରେ ରଖି ଆଜି ରାତି ୨ଟାରେ ଦ୍ୱାରଫିଟା ନୀତି ହେବ ।

ଅଧିକ ପଢନ୍ତୁ