ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ / ଚନ୍ଦ୍ରପୁର ୧0/0୨/୨୦୨୫-ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରୋକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଶ୍ରୀ ଅକ୍ଷୟ ଖେମୁଣ୍ଡୁ, , ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ତ୍ୟ ଅଧିକାରୀ ଲାଲ ମୋହନ ରାଉତରାୟ, ଚନ୍ଦ୍ରପୁର ପଂଚାୟତ ସମିତି ଅଧ୍ୟକ୍ଷ, ଶ୍ରୀ କୋୟାନ କିମ୍ଵାକା,ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଆଶିଷ କୁମାର ପ୍ରଧାନ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ଆଜି ମୋଟ ୩୩ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୧୪ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୫ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୪ଜଣକୁ ସ୍ୱାସ୍ଥ୍ୟ ଗତ ଚିକିତ୍ସା ନିମନ୍ତେ ୨୫ହଜlର ଟଙ୍କା ଜିଲ୍ଲାପାଳ ପ୍ରଦାନ କରିଥିଲେ l ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ବ୍ୟାଟେରୀ ଚlଳିତ ଗାଡ଼ି ପ୍ରଧାନ କରିଥିଲେ l ଆଜିର ଏହି ଅଭିଯୋଗ ଶିବିରରେ ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟ ଗତ ,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଏହି ଅଭିଯୋଗ ଶିବିରରେ ଜିଲ୍ଲା ସ୍ତରିୟ, ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ଅଧିକ ପଢନ୍ତୁ