ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡି ଦର୍ଶନ ଟ୍ରାଏଲ୍‌ ରନ୍‌

ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡି ଦର୍ଶନ ଟ୍ରାଏଲ ରନ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ା ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଛନ୍ତି । ଗଙ୍ଗା ସ୍ନାନ ପଡୁଥିବାରୁ ଜାନୁଆରୀ ୨୦ ଯାଏଁ ଭିଡ ରହିବ। ଜାନୁଆରୀ ୨୦ରୁ ୨୨ ଭିତରେ ଧାଡି ଦର୍ଶନ ପୂର୍ଣ୍ଣାଙ୍ଗ ଭାବେ ଲାଗୁ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ୨୮ କିମ୍ବା ୨୯ ତାରିଖରେ ପରୀକ୍ଷାମୂଳକ ବ୍ୟବସ୍ଥା କରାଯିବାର ଥିଲା କିନ୍ତୁ ତାହା ହୋଇନାହିଁ । କିଛି ଦିନ ପୂର୍ବେ ଏହି ପରିପ୍ରେକ୍ଷୀରେ ଆଇନ ମନ୍ତ୍ରୀ କହିଥିଲେ , ଭକ୍ତମାନେ ସାତ ପାହାଚ ଦେଇ ଭିତରକୁ ଆସିବେ। ଶ୍ରୀଜିଉଙ୍କୁ ଦର୍ଶନ କରି ସାରିକି ଘଣ୍ଟି ଦ୍ୱାର ଓ ଗାରଦ ଦ୍ୱାର ଦେଇ ସେମାନେ ବାହାରକୁ ବାହାରିବେ ।

ଅଧିକ ପଢନ୍ତୁ