ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ ।

ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ମନ୍ତ୍ରୀସ୍ତରୀୟ ବୈଠକ ପରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସାଟେଲାଇଟ ସର୍ଭେ ଚାଲିଛି, ଫିଜିକାଲ ସର୍ଭେ ମଧ୍ୟ ହେବ। ଜଗତସିଂହପୁର, ସୁନ୍ଦରଗଡ଼ ସହ ୨୦ଟି ଜଲାରେ ସର୍ଭେ ହେବ। ଚଳିତ ଋତୁରେ ୧୪ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏଥିପାଇଁ ପ୍ରାୟ ୩ ଲକ୍ଷ ୩୭ ହଜାର ଚାଷୀ ପଞ୍ଜୀକରଣ କରିଛନ୍ତି। ଯାହା ଗତବର୍ଷ ତୁଳନାରେ ପ୍ରାୟ ୧୨୨ ପ୍ରତିଶତ ଅଧିକ ରହିଛି। ଚଳିତ ବର୍ଷ କନ୍ଧମାଳ, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରୁ ନୂତନ ଭାବେ ଧାନକିଣା ଆରମ୍ଭ ହେଉଛି। ରବି ଋତୁରେ ମୋଟ ୨୦ଟି ଜିଲ୍ଲାରେ ୯୬୫ଟି ପ୍ରାଥମିକ କୃଷି ସମବାୟ ସମିତି ମାଧ୍ୟମରେ ଧାନକିଣା ହେବ। ଏଥିରେ ମଧ୍ୟ ୨୦୦ଟି ସ୍ୱୟଂ ସହାୟକ ଗୋଷ୍ଠୀ ଏହି ପ୍ରକ୍ରିୟାରେ ସାମିଲ ହୋଇଛନ୍ତି।

ଅଧିକ ପଢନ୍ତୁ

kc ads