ମୟୂରଭଞ୍ଜ ଜିଲ୍ଲାରେ ବୁଧବାର ରାତିରେ ଏକ ଏଭଳି ଘଟଣା ରାଜ୍ୟରେ ଘଟିଛି।ବାରିପଦା ସହରର ରାଜବାସା ଅଞ୍ଚଳରେ ଚାରି ଜଣ ଦୁର୍ବୃତ୍ତ ଜଣେ ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସ୍ୱାମୀ ଏ ସମ୍ପର୍କରେ ବାରିପଦା ସଦର ଥାନାରେ ଏକ ମାମଲା ଦାଏର କରିଛନ୍ତି।ଏତଲା ଆଧାରରେ ବାରିପଦା ସଦର ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି। ଅଭିଯୋଗ ଅନୁଯାୟୀ, ରାତିରେ ଦୁର୍ବୃତ୍ତମାନେ ମହିଳାଙ୍କୁ ତାଙ୍କ ଘରୁ ଅପହରଣ କରି ନିକଟସ୍ଥ ଏକ ଘରକୁ ଜୋର ଜବରଦସ୍ତ ଟେକି ନେଇ ଗଣଦୁଷ୍କର୍ମ କରିଥିଲେ। ଏହା ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପୁଲିସ ଏ ସମ୍ପର୍କରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
