ଜମ୍ମୁ ଓ କଶ୍ମୀର ପୋଲିସ ପହଲଗାମ ଆତଙ୍କବାଦୀ ଆକ୍ରମଣର ତିନି ଜଣ ସନ୍ଦିଗ୍ଧ ବ୍ୟକ୍ତିଙ୍କ ସ୍କେଚ ଜାରି କରିଛି। ଏହି ସନ୍ଦିଗ୍ଧମାନଙ୍କୁ ଆସିଫ ଫୁଜି, ସୁଲେମାନ ଶାହ ଏବଂ ଆବୁ ତଲହା ଭାବରେ ଚିହ୍ନଟ କରାଯାଇଛି। ପୋଲିସ କହିଛି ଯେ ଆହତ ଏବଂ ପ୍ରତ୍ୟକ୍ଷଦର୍ଶୀଙ୍କ ସହ କଥାବାର୍ତ୍ତା ଆଧାରରେ ଏହି ସ୍କେଚ ପ୍ରସ୍ତୁତ କରାଯାଇଛି।ଏମାନଙ୍କୁ ଧରିବାକୁ ଜୋରଦାର କସରତ ଜାରି ରହିଛି । ଏମାନଙ୍କ ମଧ୍ୟରେ କିଛି ସ୍ଥାନୀୟ ଆତଙ୍କବାଦୀ ଥିବା ଜଣାପଡିଛି ।
ସେପଟେ ଜମ୍ମୁ ଓ କାଶ୍ମୀର ସରକାର ପହଲଗାମ ଆକ୍ରମଣରେ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୧ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି।ଆତଙ୍କୀଙ୍କୁ ଖୋଜି ସଫା କରିବାକୁ ସନ୍ଦିଗ୍ଧ ଅଂଚଳରେ ଜୋରଦାର ଚାଲିଛି ସର୍ଚ୍ଚ ଅପରେସନ । ହେଲିକପ୍ଟର ଓ ଡ୍ରୋନ୍ ମାଧ୍ୟମରେ ଆତଙ୍କବାଦୀଙ୍କ ତଲାସି ଅଭିଯାନ ଜାରି ରହିଛି । ଗୃହମନ୍ତ୍ରୀ ଅମିତ ଶାହା ଶ୍ରୀନଗରରେ ଏଲଜି ମନୋଜ ସିହ୍ନା, ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ସହ ବିଭିନ୍ନ ସୁରକ୍ଷା ଏଜେନ୍ସିର ମୁଖ୍ୟ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନଙ୍କ ସହ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି ।