ଛତିଶା ନିଯୋଗର ବଡ଼ ନିଷ୍ପତ୍ତି: ମେଣ୍ଢାପୋଡ଼ି ଓ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ

ସୁରୁଖୁରୁରେ ହେବ ଶ୍ରୀଜିଉଙ୍କ ଦୋଳପୂର୍ଣ୍ଣିମା ନୀତି। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଚାଲିଥିବା ଛତିଶା ନିଯୋଗ ବୈଠକ ଶେଷ ହୋଇଛି। ବୈଠକରେ ଆସନ୍ତା ୧୩ ଓ ୧୪ ତାରିଖରେ ହେବାକୁ ଥିବା ମେଣ୍ଢା ପୋଡି ଓ ଦୋଳପୂର୍ଣ୍ଣମୀ ନୀତି ନିର୍ଘଣ୍ଟ ଉପରେ ମୋହର ବାଜିଛି। ସୁରୁଖୁରୁରେ ନୀତି ସମ୍ପାଦନ ଓ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ ଦିଆଯାଇଛି।ସୁରୁଖୁରୁରେ ନୀତି ସମ୍ପାଦନ ଓ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ ଦିଆଯାଇଛି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ୧୦ ଟି ୱାଟର ଡିସ୍ପେନସର ମାଧ୍ୟମରେ ଭକ୍ତଙ୍କୁ ପାଣି ଯୋଗାଇ ଦେବାକୁ ନିଆଯାଇଛି । ପ୍ରାଥମିକ ପର୍ଯ୍ୟାୟରେ ୫ଟି ମୋବାଇଲ୍ ଡିସ୍ପେନସର୍ ପ୍ରସ୍ତୁତ ହୋଇଥିବା କହିଛନ୍ତି ଜିଲ୍ଲାପାଳ ।ସେପଟେ ଶ୍ରୀମନ୍ଦିରରେ ବ୍ୟବହୃତ ହେଉଥିବା ଓମଫେଡ ଘିଅ ଟିଣରେ ଥିବା ମହାପ୍ରଭୁଙ୍କ ଫଟୋକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ସେବାୟତ। ତେଣୁ ତୁରନ୍ତ ସେଥିରୁ ମହାପ୍ରଭୁଙ୍କ ଫଟୋ ହଟାଇବା ପାଇଁ ଦାବି କରିଛନ୍ତି ବରିଷ୍ଠ ସେବାୟତ ଦାମୋଦର ମହାସୁଆର। ଏନେଇ ଆଲୋଚନା ପରେ ପଦକ୍ଷେପ ନିଆଯିବ ବୋଲି ସୂଚନା ଦେଇଥିଲେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ।

ଅଧିକ ପଢନ୍ତୁ