ଗଣିତ ନ ଆସିବାରୁ ମାଡ଼ ମାରି ଛାତ୍ରୀଙ୍କ ଆଖି ନଷ୍ଟ କରିଦେଲେ ଶିକ୍ଷୟିତ୍ରୀ

ଭୁବନେଶ୍ବର ଡୁମୁଡୁମା ଫେଜ-ଟୁରେ ଥିବା ବିବେକାନନ୍ଦ ଶିକ୍ଷାକେନ୍ଦ୍ରରେ ଅଭବନୀୟ ଘଟଣା I ମାଡ଼ ମାରି ଆଖି ନଷ୍ଟ କରିଦେଲେ ଶିକ୍ଷୟିତ୍ରୀ । ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଲହୁ ଲୁହାଣ କରିଛନ୍ତି ଶିକ୍ଷୟିତ୍ରୀ I ଗଣିତ ଆସିଲାନି ବୋଲି ମାଡ଼ ମାରି ଆଖି ଫଟେଇ ଦେଇଥିବା ଅଭିଯୋଗ ହୋଇଛି Iଶିକ୍ଷୟିତ୍ରୀଙ୍କ ମାଡ଼ରେ ଛାତ୍ରୀଙ୍କ ଆଖିରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି। ଏନେଇ ପରିବାର ଲୋକେ ଖଣ୍ଡଗିରି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।ସେପଟେ ଏହି ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଶିକ୍ଷୟିତ୍ରୀ । କହିଛନ୍ତି ଘଟଣା ପାଇଁ ସେ ଅତ୍ୟନ୍ତ ଦୁଃଖିତ ।

ଅଧିକ ପଢନ୍ତୁ