ଛୁଟିରେ ଥିବା ୧୯୬ଡାକ୍ତରଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । ବିଭିନ୍ନ କ୍ୟାଡରର ୧୯୬ ଡାକ୍ତର ଭିନ୍ନଭିନ୍ନ କାରଣ ଦର୍ଶାଇ ଛୁଟିରେ ରହିଛନ୍ତି ।ରାଜ୍ୟରେ ଏବେ ଡାକ୍ତର ମରୁଡ଼ି। ୧୧୧୪ ସ୍ପେଶାଲିଷ୍ଟ ଡାକ୍ତରଙ୍କ ସହ ୫ ହଜାର ୧୪ ଡାକ୍ତର ପଦବୀ ଖାଲି ପଡ଼ିଛି । ମୋଟ ୩୦ଟି ଜିଲ୍ଲାର ୩୭୫ଟି ସିଏଚସିରେ ଖାଲି ପଡ଼ିଛି ଡାକ୍ତରଙ୍କ ପଦବୀ। ଗଞ୍ଜାମରେ ସର୍ବାଧିକ ୪୫୦, ମୟୁରଭଞ୍ଜରେ ୩୦୯, ଖୋର୍ଦ୍ଧାରେ ୧୨, କଟକରେ ୨୮୧ ଡାକ୍ତର ପଦବୀ ଖାଲି ପଡିଛି।

ସେହିପରି ମୟୁରଭଞ୍ଜରେ ୮୭, ଗଞ୍ଜାମରେ ୮୭, ଖୋର୍ଦ୍ଧାରେ ୨୯, କଟକରେ ୪୩ ସ୍ପେଶାଲିଷ୍ଟ ଡାକ୍ତର ପଦବୀ ଖାଲିପଡ଼ିଛି। ରାଜ୍ୟରେ ଡାକ୍ତର ନିଯୁକ୍ତି ହେଉ ନ ଥିବାବେଳେ ଏକାଧିକ ଡାକ୍ତର ଛୁଟିରେ ରହିବା ସ୍ୱାସ୍ଥ୍ୟସେବା ସଙ୍କଟରେ ପଡ଼ିଛି। ତେଣୁ ଏନେଇ କ’ଣ ପଦକ୍ଷେପ ନିଆଯାଉଛି ବୋଲି ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନରେ ସ୍ୱାସ୍ଥ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି ।

ଅଧିକ ପଢନ୍ତୁ