ଜଗନ୍ନାଥଙ୍କୁ ଆଜି ବେଲ୍‌ ନା ଜେଲ୍‌ ?

ଆଜି ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଜାମିନ ଆବେଦନ ଶୁଣାଣୀ ହେବ । ଜାମିନ ଆବେଦନ ଶୁଣାଣୀ କରିବେ ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟ । ଜଗନ୍ନାଥ ପ୍ରଧାନଙ୍କ ସହ ଅନ୍ୟ ୫ ଅଭିଯୁକ୍ତ ମଧ୍ୟ ଜାମିନ ଆବେଦନ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲା ଦୌରା ଜଜ୍‌ଙ୍କ ନିକଟରେ ସମସ୍ତେ ଆବେଦନ କରିଛନ୍ତି । ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫା ଲଗାଇଥିଲା ପୁଲିସ ।ଦଫା ୩୩୩, ୧୨୧(୧), ୧୨୧(୨), ୩୫୧(୨), ୬୨ ଓ ୩୦୪ରେ ମାମଲା ରୁଜୁ କରାଯାଇଥିଲା । ଗତ ଗୁରୁବାର ରାତିରେ ସମର୍ଥକଙ୍କୁ ଧରି ଡିସିପି କାର୍ଯ୍ୟାଳୟରେ ପହଞ୍ଚିଥିଲେ ଜଗନ୍ନାଥ ପ୍ରଧାନ । ଆତ୍ମସମର୍ପଣ କଲା ପରେ କମିସନରେଟ ପୁଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିଲା । ଆକ୍ରମଣ ପାଇଁ ଷଡ୍‌ଯନ୍ତ୍ର ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରିଥିଲା । ତେବେ ଜଗାଙ୍କ ଜାମିନ ଆବେଦନ ହୋଇଥିବାରୁ ଆଜି ବେଲ୍‌ ମିଳିବ ନା ପୁଣି ଜେଲ୍‌ରେ ରହିବାକୁ ପଡ଼ିବ ତାହା ଦେଖିବାକୁ ବାକି ରହିଲା ।

ଅଧିକ ପଢନ୍ତୁ

kc ads