ଜନଜାତିଙ୍କ ବିକାଶ ଲାଗି ବିଜେଡି ସମର୍ପିତ: ନବୀନ

ବିଜେଡି ପକ୍ଷରୁ ଶଙ୍ଖ ଭବନରେ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଜନଜାତି ସମ୍ପ୍ରଦାୟର ବିକାଶ ବିନା ଓଡ଼ିଶାର ବିକାଶ ସମ୍ଭବ ନୁହେଁ ।ଓଡ଼ିଶାରେ ୬୪ଟି ପ୍ରମୁଖ ଜନଜାତି ଓ ୧୩ଟି ବିଶେଷ ଭାବେ ଦୁର୍ବଳ ଆଦିବାସୀ ଗୋଷ୍ଠୀ ରହୁଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତାଙ୍କ ସରକାର ଆଦିବାସୀ ସଂସ୍କୃତିର ସୁରକ୍ଷା ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଥିଲେ।

ଏହା ଦେଶରେ ଏକ ନୂଆ ଧାରଣା ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତାଙ୍କ ସରକାର ବିଭିନ୍ନ ଆବାସିକ ବିଦ୍ୟାଳୟରେ ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ବହୁ ସଂଖ୍ୟକ ହଷ୍ଟେଲ ପ୍ରତିଷ୍ଠା କରିଛନ୍ତି।। ବିଜେଡି ସରକାର ୧୬୯ କମ୍ୟୁନିଟିକୁ ଜନଜାତି ସମ୍ପ୍ରଦାୟର ମାନ୍ୟତା ପ୍ରଦାନ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଲଗାତର ଦାବି କରି ଆସୁଛି ା ସେହିପରି କିଛି ଜନଜାତି ଭାଷା ଯଥା- ହୋ, ମୁଣ୍ଡାରୀ, ଭୂମିଜ, ସଉରା ଓ କୁଇ ଇତ୍ୟାଦିକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ପାଇଁ ବିଜେଡି ଦାବି କରିଆସୁଛି। ଉଭୟ ଦାବିକୁ କେନ୍ଦ୍ର ସରକାର ତୁରନ୍ତ ମାନିନେବା ଉଚିତ ବୋଲି ନବୀନ କହିଛନ୍ତି।

ଅଧିକ ପଢନ୍ତୁ