ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ । ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ।କଳାହାଣ୍ଡି ଜିଲାର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ସର୍ଗୀକୃତ ନର୍ଲାସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲାର ଜନଜାତି ପିଲାମାନଙ୍କ ଶିକ୍ଷାର ବିକାଶ ପାଇଁ ସମର୍ପିତ ବିଲେଷୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀଚନ୍ଦ୍ର ସାହୁ ଏହି ସମ୍ମାନରେ ସମ୍ମାନିତ ହୋଇଛନ୍ତି।