ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ଭୁବନେଶ୍ୱରର ଜନତା ମୈଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସାରା ବିଶ୍ୱରୁ ୧୦ ହଜାର ପ୍ରବାସୀ ଭାରତୀୟ ଯୋଗ ଦେବେ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଏଥିସହିତ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ମଧ୍ୟ ପ୍ରଧାନମନ୍ତ୍ରୀ ଆସିବେ।ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବରରେ ସମାରୋହ ଆୟୋଜନ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିଲେ । ଏହି କାର୍ଯ୍ୟକ୍ରମ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଅନୁଷ୍ଠିତ ହେବ । ସମାରୋହରେ ୭୦୦୦ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇପାରନ୍ତି ।

ଅଧିକ ପଢନ୍ତୁ