ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ବଡ଼ଦେଉଳର ନାଟମଣ୍ଡପରେ ଏଣିକି ସହଜ ହେବ ଜଗା ଦର୍ଶନ । ଧାଡ଼ି ଦର୍ଶନ ପାଇଁ ର୍ୟାମ୍ପ ଓ ବ୍ୟାରିକେଡ୍ ଲଗାଇବା ପ୍ରକିୟା ଆରମ୍ଭ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମାର୍କେଟ ଛକ ଯାଏ ଧାଡ଼ି ହେବ। ଏହି ସମୟରେ ଶ୍ରଦ୍ଧାଳୁଙ୍କୁ ପିଇବା ପାଣି ଯୋଗାଇ ଦିଆଯିବ । ଏହାଛଡ଼ା ସେଠାରେ କୁଲର ଓ ଫ୍ୟାନ୍ ର ବ୍ୟବସ୍ଥା ବି କରାଯିବ । ଭିନ୍ନକ୍ଷମ ଓ ବୟସ୍କମାନଙ୍କ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି ।
୬ ଥାକିଆ ଧାଡି ଦର୍ଶନ ମଧ୍ୟରେ ପ୍ରଥମ ଧାଡି ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ, ଦ୍ୱିତୀୟ ଧାଡିରେ ମହିଳା, ପରେ ଛୋଟପିଲା ଓ ବରିଷ୍ଠ ନାଗରିକ ମାନଙ୍କ ହୋଇଛି କାଷ୍ଠ ନିର୍ମିତ ରାମ୍ପ ଓ ବ୍ୟାରିକେଡ୍ । ସେହିପରି ମକର ସଂକ୍ରାନ୍ତି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ୪ଦିନ ଧରି ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ କରାଯାଇଥଲା। ବୁଧବାରଠୁ ପୁଣି ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ। ରତ୍ନଭଣ୍ଡାରେ ଫାଟ ସ୍ଥାନରେ କେମିକାଲ ଟିମ୍ କେମିକାଲ ପ୍ରଲେପ ଦେବା କାମ କରିବ ।