ଜାମିନ୍ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ୍ ଚକ୍ମା। ଭିଜିଲାନ୍ସ କୋର୍ଟରେ ଜାମିନ ନାମଞ୍ଜୁର ପରେ ସେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି। ଜାମିନ ପାଇଁ ଆବେଦନ କରିଛନ୍ତି। ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଗିରଫ ହେବା ପରେ ଏବେ ଚକ୍ମା ଜେଲ୍ରେ ଅଛନ୍ତି। ସୂଚନା ଥାଉକି ଭିଜିଲାନ୍ସ ତାଙ୍କ ଘରୁ ନଗଦ ୪୭ ଲକ୍ଷ ୪୭ ହଜାର ୬ ଶହ ଟଙ୍କା ଜବତ କରିଥିଲା। ପରେ ଉପଜିଲ୍ଲାପାଳ ଚକମାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରି ୯ ତାରିଖରେ କୋର୍ଟ ଚାଲାଣ କରିଥିଲା। ସେଠାରେ ତାଙ୍କର ଜାମିନ ନା ମଞ୍ଜୁର ହେବାରୁ ଭବାନୀପାଟଣା ସ୍ଥିତ ଜିଲ୍ଲା କାରାଗାରକୁ ଯିବାକୁ ପଡିଥିଲା। ଗିରଫ ହୋଇ ଜେଲ୍ ଯିବା ପରେ ଚକମା ସସ୍ପେଣ୍ଡ ହୋଇଥିଲେ ।
ପୂର୍ବରୁ ଆଇଏଏସ ଧିମନ ଚକମାଙ୍କ ପକ୍ଷରୁ କଳାହାଣ୍ଡି ଭିଜିଲାନ୍ସ କୋର୍ଟରେ ଜାମିନ ପାଇଁ ଦରଖାସ୍ତ କରାଯାଇଥିଲା । ହେଲେ ବିଭିନ୍ନ ଦିଗକୁ ଦେଖି ଜାମିନକୁ ଖାରଜ କରିଛନ୍ତି ସ୍ବନ୍ତ୍ର ଭିଜିଲାନ୍ସ କୋର୍ଟ |