ଜିରୋ କାଜୁଆଲିଟି ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି: ମୁଖ୍ୟମନ୍ତ୍ରୀ

ବାତ୍ୟା ମୋନ୍ଥାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଛି ସମୀକ୍ଷା ବୈଠକ ।ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ଯେ ,ମୁକାବିଲା ପାଇଁ ସରକାର ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି । ଜିରୋ କାଜୁଆଲିଟି ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି । ଦକ୍ଷିଣ ଓଡିଶାରେ ବର୍ଷା ଆରମ୍ଭ ହୋଇ ସାରିଛି । ବିଶେଷକରି ୮ଟି ଜିଲ୍ଲା ଆଜି ଓ କାଲି ପ୍ରଭାବିତ ହେବ । ବର୍ତ୍ତମାନ ସୁଦ୍ଧା ୧୧ ହଜାର ୩୯୬ ଜଣଙ୍କୁ ସ୍ଥାନାନ୍ତର ସରିଛି । ୩୦ ହଜାର ୫୯୬ ଜଣଙ୍କୁ ସ୍ଥାନାନ୍ତର କରିବା ଲକ୍ଷ୍ୟ ରହିଛି । ଆବଶ୍ୟକ ପଡିଲେ ସେମାନଙ୍କୁ ସ୍ଥାନାନ୍ତର କରାଯିବ । ୧୮୭୧ ଗର୍ଭବତୀ ମହିଳାଙ୍କୁ ମେଡିକାଲ୍ ନିଆଯାଇଛି । ଆଉ ୮୨୨ ଗର୍ଭବତୀଙ୍କୁ ମଧ୍ୟ ସ୍ଥାନାନ୍ତର କରିବାକୁ ଲକ୍ଷ୍ୟ ରହିଛି । ଦକ୍ଷିଣ ଓଡିଶା ଜିଲ୍ଲାର ପର୍ଯ୍ୟଟନସ୍ଥଳୀକୁ ବାରଣ କରାଯାଇଛି । ତେବେ ବୈଠକରେ ରାଜସ୍ୱ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିଲେ । ଏସଆରସି ଓ ସବୁ ବିଭାଗ ଅଧିକାରୀ ସାମିଲ ହୋଇଥିଲେ । ଜଳସମ୍ପଦ ବିଭାଗ ଅତିରିକ୍ତ ସଚିବ, ସ୍ୱାସ୍ଥ୍ୟ ସଚିବ ଉପସ୍ଥିତ ଥିଲେ । ପଞ୍ଚାୟତିରାଜ ସଚିବ, ଶକ୍ତି ସଚିବ, ପୁଲିସ ଡିଜି, ଅଗ୍ନିଶମ ଡିଜି ବୈଠକରେ ସାମିଲ ହୋଇଥିଲେ ।

ଅଧିକ ପଢନ୍ତୁ

Odisha Darpan Digital