ରାୟଗଡ ତା: ୦୧/୦୮ (ନିପ୍ର) ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦରମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡା ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ , ଖଣ୍ଡିୟ ବନାଧିକାରୀ, ସଚିନ ଆନ୍ନା ସାହେବ ଓହଲେ, ,ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଅକ୍ଷୟ କୁମାର ଖେମୁଣ୍ଡୁ, ଅତିରିକ୍ତ ଆରକ୍ଷୀ ଅଧିକାରୀ,ଉପ ଜିଲ୍ଲାପାଳ, ରାୟଗଡ, ରମେଶ କୁମାର ଜେନା,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ, ପ୍ରକଳ୍ପ ପ୍ରଶାସକ ଆଇଟିଡ଼ିଏ ଚନ୍ଦ୍ରକାନ୍ତ ମାଝୀ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ଆଜି ମୋଟ ୭୭ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୬୯ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୮ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୬ଜଣଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଅଭିଯୋଗ ଥିଲା ସେମାନଙ୍କୁ ଜିଲ୍ଲାପାଳ ୭୦ ହଜାର ଟଙ୍କା ଜିଲ୍ଲା ରେଡକ୍ରସ ଫଣ୍ଡରୁ ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଜିଲ୍ଲାସ୍ଥରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦାନ କରିଥିଲେ l
