ରାୟଗଡ ତା: ୦୨.୦୩.୨୦୨୬- ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ,ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକ,ରାୟଗଡ଼ ବନଖଣ୍ଡ ଅଧିକାରୀ ସଚିନ ଆନା ସାହେବ ଓହଲେ,ଉପଜିଲ୍ଲାପାଳ ରାୟଗଡ଼ ରମେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ, ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ରାୟଗଡ,ମୋନିସା ଦାସ,
ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
ଆଜି ମୋଟ ୭୧ ଟି ଅଭିଯୋଗ ଜିଲ୍ଲାପାଳଙ୍କ ପାଖକୁ ଆସିଥିଲା । ସେଥି ମଧ୍ୟରୁ ୫୫ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୦୯ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୦୩ ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ଥିଲା ସେମାନଙ୍କ ମଧ୍ୟରୁ ୦୩ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ରୁ ୫୦ ହଜାର ଟଙ୍କା ଏବଂ ଚାରି ଜଣକୁ ଜିଲ୍ଲା ରେଡକ୍ରସ ଫଣ୍ଡରୁ ୩୦ ହଜାର ଟଙ୍କା ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ଜିଲ୍ଲାସ୍ଥରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦାନ କରିଥିଲେ l
