ନ୍ୟାୟ ପାଇଁ ନିଜ ଦେହରେ ନିଆଁ ଲଗାଇ ଦେଇଥିବା ସୌମ୍ୟାଶ୍ରୀ ଦୀର୍ଘ ୩ଦିନ କାଳ ଛଟପଟ ହୋଇ ଶେଷରେ ମୃତ୍ୟୁବରଣ କରିଛନ୍ତି। ଭୁବନେଶ୍ବର ଏମସରେ ଆଖି ବୁଜିଛନ୍ତି ସୌମ୍ୟାଶ୍ରୀ ବିଶି । ଗତକାଲି ବିଳମ୍ବିତ ରାତିରେ ଏମସ କର୍ତ୍ତୃପକ୍ଷ ତାଙ୍କୁ କ୍ଲିନିକାଲ ଡେଥ ଘୋଷଣା କରିଛନ୍ତି । ଏହାକୁ ନେଇ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ମୃତ ଶରୀରକୁ ବ୍ୟବଚ୍ଛେଦ ପରେ ସ୍ଵତନ୍ତ୍ର ପୋଲିସ୍ ଏସ୍କଟ ରେ ବାଲେଶ୍ଵର ଅଣାଯାଇଛି । ବାଲେଶ୍ଵର ଜିଲ୍ଲା ଭୋଗରାଇରେ ମୃତ ଛାତ୍ରୀଙ୍କ ଘର । ଆଜି ଛାତ୍ରୀଙ୍କ ଗାଁ ମଶାଣିରେ ସଂପନ୍ନ ହେବ । ସୁଚନମୂତବକ ଏଫଏମ କଲେଜର ଏଜୁକେସନ ବିଭାଗ ମୁଖ୍ୟ ସମୀର ସାହୁଙ୍କ ବିରୋଧରେ ଯୌନ ନିର୍ଯାତନା ଆଣି ଲିଖିତ ଅଭିଯୋଗ କରିଥିଲେ ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀ। ଅଧ୍ୟାପକଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନହେବା ପରେ ଶେଷରେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଟ୍ବିଟ କରି କହିଛନ୍ତି, ମୁଁ ଅତ୍ୟନ୍ତ ମର୍ମାହତ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବାକୁ ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ସବୁ ଦୋଷୀଙ୍କୁ କଠୋରରୁ କଠୋର ଦଣ୍ଡ ଦିଆଯିବ ବୋଲି ସେ କହିଛନ୍ତି । ଏଥିପାଇଁ ସେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।
