ଜେପି ନଡ୍ଡାଙ୍କ ଓଡ଼ିଶା ଗସ୍ତ ପରେ ହିଁ ବିଜେପି ରାଜ୍ୟ ସଭାପତି ନାଁ ଘୋଷଣା ହେବ

ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏପ୍ରିଲ ୧୨ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ । ଏହି ଗସ୍ତ ସମୟରେ ବିଭିନ୍ନ ସରକାରୀ ପ୍ରକଳ୍ପର ଉଦଘାଟନ କରିବା ସହ ଭାଜପାର ସାଙ୍ଗଠନିକ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ ।ସବୁଠୁ ବଡ଼ କଥା ହେଲା, ନଡ୍ଡାଙ୍କ ଗସ୍ତ ପରେ ରାଜ୍ୟ ଭାଜପା ସଭାପତିଙ୍କ ନାଁ ଘୋଷଣା ହୋଇପାରେ ବୋଲି ସୂଚନା ମିଳିଛି। ଏପ୍ରିଲ ୧୪ ତାରିଖରେ ରାଜ୍ୟ ସଭାପତିଙ୍କ ନାଁ ଘୋଷଣା ହୋଇପାରେ ବୋଲି କନ୍ଧମାଳ ସାଂସଦ ସୂଚନା ଦେଇଛନ୍ତି। ତେବେ ମନମୋହନ ସାମଲ ରିପିଟ୍ ହେବେ ନାଁ , ତାଙ୍କ ବଦଳରେ ଆଉ କେଉଁ ନୂଆ ମୁହଁକୁ ସୁଯୋଗ ମିଳିବ ତାହା ଦେଖିବାକୁ ବାକି ରହିଲା ।

ଅଧିକ ପଢନ୍ତୁ

Odisha Darpan Digital