ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀ, ରେଳ, ଶିକ୍ଷା ସମେତ ବିଭିନ୍ନ ପ୍ରକଳ୍ପ ଦେଲେ ଭେଟି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମରାପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବା ସହିତ ସମ୍ବଲପୁର ସିଟି ଏବଂ ସରଲା ମଧ୍ୟରେ ରେଳ ଫ୍ଲାଇଓଭର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । କୋରାପୁଟ-ବାଇଗୁଡ଼ା ରେଳ ଲାଇନ ଏବଂ ମାନାବାର-କୋରାପୁଟ-ଗୋରାପୁର ରେଳ ଲାଇନର ଦୋହରୀକରଣକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ଭୁବନେଶ୍ୱରରେ ସେମିକଣ୍ଡକ୍ଟର ଓ ଇଏସଡିଏମ୍ ପାର୍କ ପ୍ରତିଷ୍ଠାର ଶିଳାନ୍ୟାସ କରିଛନ୍ତି ।

ରାଜ୍ୟ ସରକାରଙ୍କ ବିଶ୍ୱସ୍ତରୀୟ ଦକ୍ଷତା ବିକାଶ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହାବ୍ୟତୀତ ରାଜ୍ୟର ୧୩୦ଟି ଉଚ୍ଚଶିକ୍ଷାନୁଷ୍ଠାନରେ ୱାଇଫାଇ ସେବା ଉଦଘାଟନ୍, ଭୀମ୍‌ସାର ଓ ଏମ୍‌କେସିଜି କଲେଜର ଉନ୍ନତୀକରଣ ପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନର ଲୋକାର୍ପଣ, ଅନ୍ତୋଦୟ ଗୃହ ଯୋଜନାରେ ୫୦ ହଜାର ପରିବାରକୁ ଗୃହ ନିର୍ମାଣ ପାଇଁ ମଞ୍ଜୁରି ପତ୍ର ପ୍ରଦାନ, ଦେଶର ୮ଟି ଆଇଆଇଟିର କ୍ଷମତା ବୃଦ୍ଧି ପ୍ରକଳ୍ପର ଶିଳାନ୍ୟାସ ଭଳି ଯୋଜନା ଅନ୍ତର୍ଭୁକ୍ତ । ଝାରସୁଗୁଡା ସଭାରୁ ଭର୍ଚୁଆଲ ମାଧ୍ୟମରେ ରାଜ୍ୟକୁ ୫୦ କୋଟିରୁ ଅଧିକ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।

ଅଧିକ ପଢନ୍ତୁ

Odisha Darpan Digital