ଡିଜିଟାଲ ଲକର ବ୍ୟବସ୍ଥା ଆରମ୍ଭ କଲା ମାଧ୍ୟମିକ ଶିକ୍ଷା ପରିଷଦ ।

ଡିଜିଟାଲ ଲକର ବ୍ୟବସ୍ଥା ଆରମ୍ଭ କଲା ମାଧ୍ୟମିକ ଶିକ୍ଷା ପରିଷଦ । ଏନେଇ ସୂଚନା ଦେଲେ ବିଏସଇ ଉପସଭାପତି ନିହାର ରଂଜନ ମହାନ୍ତି । ବୋର୍ଡରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଇବାକୁ ବ୍ୟବହାର ହେବ । ୧୮୩ ଟି ସେଣ୍ଟରକୁ ଯିବାକୁ ଥିବା ପ୍ରଶ୍ନପତ୍ର ବାକ୍ସରେ ଲାଗିବ ଡିଜିଟାଲ ଲକର ।ଆସନ୍ତା ୧୭ ତାରିଖରେ ହେବାକୁ ଥିବା ଓଡିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷାରେ ପ୍ରଥମ ଥର ପାଇଁ ବ୍ୟବହାର କରାଯିବ ।

ଅନ୍ୟପଟେ ଚଳିତ ବର୍ଷଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ । ସେଲ୍ଫ ଡିସପ୍ଲେ ୱାଟର ମାର୍କ ଥିବା ଏହି ପ୍ରଶ୍ନପତ୍ରର କୌଣସି ପୃଷ୍ଠାର ମୋବାଇଲ କ୍ୟାମେରା କିମ୍ବା ସ୍କାନର ଜରିଆରେ ଫଟୋ ଉଠାଇଲେ ସେହି ୱାଟର ମାର୍କ ଆସିଯିବ । ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ବୋର୍ଡ ପକ୍ଷରୁ ଏପରି ବଡ଼ ବ୍ୟବସ୍ଥା ହୋଇଛି ।

ଅଧିକ ପଢନ୍ତୁ