ଡିସିପି ଅଫିସ ସମ୍ମୁଖରେ ମନୋଜ ମିଶ୍ର ଓ ବବି ଇସଲାମ ହାତାହାତି

ଉଗ୍ର ରୂପ ନେଲା ଅଭିନେତା ମନୋଜ ମିଶ୍ର ଓ ବବି ଇସଲାମ କଳି ଘଟଣା। ଉଭୟଙ୍କ ମଧ୍ୟରେ କିଛି ଦିନ ହେବ ଆରମ୍ଭ ହୋଇଥିବା କଥା କଟାକଟି ଆଜି ବିଚ୍‌ ରାସ୍ତାରେ ପହଞ୍ଚିଛି। ଡିସିପି ଅଫିସ ସମ୍ମୁଖରେ ହାତାହାତି । ଉଭୟଙ୍କ ମଧ୍ୟରେ ବଚସା ଓ ଠେଲାପେଲା ହୋଇଛି । ଉଭୟଙ୍କୁ ବୁଝାସୁଝା କରି ସ୍ଥିତି ନିୟନ୍ତ୍ରଣ କଲା ପୋଲିସ । ଡିସିପିଙ୍କ ସହ ବୈଠକ ପାଇଁ ଆସିବା ବେଳେ ଗଣ୍ଡଗୋଳ ହୋଇଛି ।

ବବି ଇସ୍‌ଲାମ ତାଙ୍କୁ ଅଶ୍ରାବ୍ୟ ଭାଷାରେ ଆକ୍ଷେପ କରିବାରୁ ସେ ତାଙ୍କ ଆଡ଼କୁ ମାଡ଼ି ଯାଇଥିଲେ ବୋଲି କହିଛନ୍ତି ମନୋଜ ମିଶ୍ର। ଏହାକୁ ନେଇ ପ୍ରଥମେ କଥା କଟାକଟି ହୋଇଥିଲା। ସ୍ଥିତି ଏମିତି ବିଗିଡ଼ିଗଲା ଯେ, ଚରମ ସୀମାରେ ପହଞ୍ଚିଥିଲା ବିଶୃଙ୍ଖଳା। ଉଭୟ ମନୋଜ ମିଶ୍ର ଏବଂ ବବି ଇସଲାମଙ୍କ ମଧ୍ୟରେ ବାକ୍ ଯୁଦ୍ଧ ସହ ହାତାହାତି ସ୍ଥିତି ଉପୁଜିଥିଲା। ଶେଷରେ ଉଭୟେ ଡିସିପି ଅଫିସରୁ ବାହାରି ସିପି ଅଫିସରେ ପହଞ୍ଚିଥିଲେ। ସେଠାରେ ଉଭୟ ପକ୍ଷକୁ ନେଇ ପୁଲିସ ପ୍ରଶାସନ ଆପୋଷ ବୁଝାମଣା ପାଇଁ ଉଦ୍ୟମ ହୋଇଥିଲା।

ଅଧିକ ପଢନ୍ତୁ

Odisha Darpan Digital