ଡିସେମ୍ବର୨୩ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ |

ଆଗାମୀ ଡିସେମ୍ବର ୨୩ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ | ସୂଚନାମୁତାବକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯାଇଛନ୍ତି। ୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜସ୍ଥାନର ଜୟସାଲମେରରେ ପ୍ରାକ୍‌ ବଜେଟ ପ୍ରସ୍ତୁତି ଆଲୋଚନାରେ ମୁଖ୍ୟମନ୍ତ୍ରୀ ଭାଗନେବେ। ମୁଖ୍ୟମନ୍ତ୍ରୀ ୧୯, ୨୦ ଓ ୨୧ ତାରିଖ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି। ତେବେ ୨୧, ୨୨ ଓ ୨୩ ତାରିଖରେ ଦିଲ୍ଲୀରେ ରହିବେ ବୋଲି ଜଣାପଡ଼ିଛି।

ଅଧିକ ପଢନ୍ତୁ