ଭୁବନେଶ୍ୱର ଉପକଣ୍ଠ ତଥା ପିପିଲି ସଂଲଗ୍ନ ଏକ ଘରୋଇ ବିଶ୍ୱବିଦ୍ୟାଳୟରେ ପୁଣି ଥରେ ରାଗିଂର ଏକ ସାଂଘାତିକ ଖବର ସାମ୍ନାକୁ ଆସିଛି। କ୍ୟାମ୍ପସ ଭିତରେ ନିଶା କାରବାର ଓ ଦାଦାଗିରିର ଶିକାର ହୋଇଛନ୍ତି ଜଣେ ଛାତ୍ର। ଡ୍ରଗ୍ସ ସେବନ ନକରିବାରୁ ଛାତ୍ରଙ୍କୁ ନିସ୍ତୁକ ମାଡ଼। ରାଜଧାନୀ ଉପକଣ୍ଠରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନରୁ ଏହି ରାଂଗି ଅଭିଯୋଗ ଆସିଛି । ନିଶା ନ ଖାଇବାରୁ ପାଇଖାନା ପାଣି ପିଆଇଲେ ସିନିଅର ଓ କ୍ଲାସମେଟ୍ । ଏନେଇ ଛାତ୍ର ଜଣଙ୍କ ପଢୁଥିବା ଅନୁଷ୍ଠାନର କିଛି ସହପାଠୀ ଓ ସିନିୟର ଛାତ୍ର ମାଡ଼ ମାରିବା ସହ ଶୌଚାଳୟ ପାଣି ପିଆଇଥିବା ଅଭିଯୋଗ କରିଛନ୍ତି।
ଡ୍ରଗ୍ସ ସେବନ ପାଇଁ ବାଧ୍ୟ କରିବା ସହ ଟଙ୍କା ମାଗିଥିଲେ ସହପାଠୀ ଓ ସିନିୟର। ହେଲେ ଏହାକୁ ବିରୋଧ କରିବାରୁ ନିସ୍ତୁକ ମାଡ଼ ମରାଯାଇଥିଲା। ଏନେଇ ପିପିଲି ଥାନାରେ ପୀଡ଼ିତ ଛାତ୍ରଙ୍କ ପରିବାର ପକ୍ଷରୁ ଅଭିଯୋଗ ପରେ ମାମଲା ରୁଜୁ ହୋଇଛି। ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଛି।
