ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ

ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି। ଏହି ଘଟଣାରେ ସି-ଫୁଡ୍‌ କମ୍ପାନୀରେ ଏମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ମୋଟ ୭ ଜଣ ଓଡ଼ିଆଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ମନ୍ତ୍ରିପରିଷଦର ଅନ୍ୟ ସଦସ୍ୟମାନେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।ସେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକମାନଙ୍କ ପରିବାରକୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ଆଶ୍ୱାସନ ଦେଇଥିଲେ।ପ୍ରଥମେ ୪ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିଲେ । ଆଜି ସହାୟତା ରାଶିକୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ।

ଅଧିକ ପଢନ୍ତୁ