ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ

ଶନିବାର ପୁଣି ରତ୍ନଭଣ୍ଡାରରେ ଗୁପ୍ତ ଧନ ଓ ଗୁପ୍ତ ସୁଡ଼ଙ୍ଗ ଖୋଜାଯିବ । ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଶନିବାର ଠାରୁ ତିନି ଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରିବ । ପ୍ରତ୍ୟେକ ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ଏହି ସର୍ଭେ ହେବ । ମଙ୍ଗଳବାର ସୁଦ୍ଧା ରତ୍ନଭଣ୍ଡାରର ବୈଷୟିକ ସର୍ଭେ କାର୍ଯ୍ୟ ଶେଷ କରିବାକୁ ଏ.ଏସ୍‌.ଆଇ ମହାନିଦେ୍ର୍ଦଶକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ି ପତ୍ର ଲେଖି ଅନୁରୋଧ କରିଥିଲେ।ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏସ୍‌ଓପି ଅନୁସାରେ ଏହି ସର୍ଭେ କରାଯିବ । ତେଣୁ ତିନିଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ଏବଂ ସେବା ପୂଜାରେ ବ୍ୟାଘାତ ନ କରି ନିରୀକ୍ଷଣ ପ୍ରକ୍ରିୟା କରିବା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତିନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ବିଶେଷ ନୀତିନିର୍ଘଣ୍ଟ ଅନୁସାରେ, ଦିନ ଗୋଟାଏରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ଆସନ୍ତା ମଙ୍ଗଳବାରଠାରୁ ଦଶହରା (୧୬ ପୂଜା) ଆରମ୍ଭ ହେବ।ଏହି ତିନିଦିନ ଦିନ ୧ଟାଠାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଶ୍ରଦ୍ଧାଳୁ ସିଂହଦ୍ୱାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ ।

ଅଧିକ ପଢନ୍ତୁ

Odisha Darpan Digital