ଆଖି ବୁଜିଲେ ସୁନ୍ଦରଗଡ଼ ଛାତ୍ରୀ । ୩ ଦିନ ଧରି ଜୀବନ ମରଣ ସହିତ ସଂଗ୍ରାମ ପରେ ଆଖି ବୁଜିଛନ୍ତି ଛାତ୍ରୀ । ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣl ଅଂଚଳର ଏହି କଲେଜ ଛାତ୍ରୀ ଜଳି ଯାଇଥିଲେ । ନିଜ ଦେହରେ କିରୋସିନ ଢ଼ାଳି ପୋଡ଼ିଯାଇଥିଲେ । ଗୁରୁତର ଅବସ୍ଥାରେ ରାଉରକେଲା ସରକାରୀ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଆଜି ଭୋରରୁ ତାଙ୍କର ମୃତ୍ୟୁ ହୋଇଛି । ସେପଟେ ସୁନ୍ଦରଗଡ଼ ପୋଲିସ ଘଟଣାର ତଦନ୍ତ କରି ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଜେଲ୍ ପଠାଇଛି ।
ଖବର ଅନୁଯାୟୀ, ଜଣେ ପୁରୁଷ ମୃତ ନାବାଳିକାଙ୍କୁ ବାରମ୍ବାର ହଇରାଣ କରୁଥିଲା । ଶେଷରେ କିଛି ଉପାୟ ନପାଇ ନାବାଳିକା ଜଣଙ୍କ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏହାପରେ ତାଙ୍କୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଥିବା ବର୍ଣ୍ଣ ଓ୍ୱାର୍ଡରେ ନାବାଳିକାଙ୍କ ଚିକିତ୍ସା ଚାଲିଥିଲା । ଏହି ସମୟରେ ସ୍ୱାସ୍ଥ୍ୟ ମନ୍ତ୍ରୀ ମେଡିକାଲ ଯାଇ ନାବାଳିକାକୁ ଭେଟିଥିଲେ ଏବଂ ଆବଶ୍ୟକ ପଡିଲେ ଅଧିକ ଚିକିତ୍ସା ଲାଗି ଭୁବନେଶ୍ୱର କିମ୍ବା ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯିବ ବୋଲି କହିଥିଲେ । ହେଲେ ତାପୂର୍ବରୁ ଏବେ ଆଖି ବୁଜିଛନ୍ତି ନାବାଳିକା ।
