ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ ବଦଳିବାର ଆଶଙ୍କା ରହିଛି। ମତ୍ସ୍ୟଜୀବୀ ସମୁଦ୍ରକୁ ଯିବା ସମୟରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ତେବେ ରାଜଧାନୀ ଭୁବନେଶ୍ଵରର ସର୍ବୋଚ୍ଚ ଦିନ ତାପମାତ୍ରା ୩୩.୮ ଡିଗ୍ରୀ ରହିଥିବା ବେଳେ ବାରିପଦା ଓ ସମ୍ବଲପୁରରେ ପାରଦ ୩୩.୪ ଡିଗ୍ରୀ, ତାଳଚେର ଓ ଭବାନୀପାଟଣାରେ ୩୩ ଡିଗ୍ରୀ, ପାରଳାଖେମୁଣ୍ଡିରେ ୩୩.୮ ଡିଗ୍ରୀ, ଢେଙ୍କାନାଳରେ ୩୩.୯ ଡିଗ୍ରୀ, ନବରଙ୍ଗପୁରରେ ୩୩ ଡିଗ୍ରୀ ଓ ଖୋର୍ଦ୍ଧାରେ ପାରଦ ୩୩.୫ ଡିଗ୍ରୀ ରହିଛି ।ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ।ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୩ ଓ ୨୪ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ହେବାର ଆକଳନ କରାଯାଇଛି । ୨୩ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାରେ ବର୍ଷା ହୋଇପାରେ ।
ସେହିଭଳି ୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ହାଲୁକା ବର୍ଷା କିମ୍ବା ବଜ୍ରପାତ ହୋଇପାରେ । ପାଣିପାଗ ବିଭାଗ ଅନୁସାରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ।
