ଯାଜପୁର ଜିଲ୍ଲା ପରିଷଦ ଉପସଭାପତି ଗଣେଶ୍ବର ବରାଳ ନିଲମ୍ବିତ । ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁ ତାଙ୍କୁ ନିଲମ୍ବନ କରାଯାଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିଲମ୍ବନ କରାଯାଇଛି। ବିଜେଡି ଉପସଭାପତି ପ୍ରତାପ ଜେନା ସୂଚନା ଦେଇଛନ୍ତି। ଗତକାଲି ବିଜୁ ଜନତା ଦଳ (ବିଜେଡି) ବରିଷ୍ଠ ନେତା ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ନିଲମ୍ବନ କରିଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ଏହି କାର୍ଯ୍ୟାନୁଷ୍ଠାନ ନେଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡିରୁ ଦୁଇ ନେତାଙ୍କୁ ନିଲମ୍ବନ କରିଛନ୍ତି।
