ଦାୟିତ୍ୱ ନେଲେ ଦେଶର ନବ ନିଯୁକ୍ତ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଗୁପ୍ତା ।

ଦାୟିତ୍ୱ ନେଲେ ନୂଆ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୨୦୨୯ ଜାନୁଆରୀ ୨୬ରେ ଜ୍ଞାନେଶଙ୍କ କାର୍ଯ୍ୟକାଳ ସରିବ। ମଙ୍ଗଳବାର ସିଇସି ପଦରୁ ରାଜୀବ କୁମାର ଅବସର ନେବା ପରେ ବୁଧବାର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କାର୍ଯ୍ୟଭାର ସମ୍ଭାଳିଛନ୍ତି।୨୦୨୯ ଜାନୁଆରୀ ୨୯ରେ ତାଙ୍କର କାର୍ଯ୍ୟକାଳ ଶେଷ ହେବ । ତେବେ ଦାୟିତ୍ନ ନେବା ପରେ ସେ ରଖିଛନ୍ତି ତାଙ୍କର ପ୍ରଥମ ପ୍ରତିକ୍ରିୟା । ସେ କହିଛନ୍ତି ରାଷ୍ଟ୍ର ନିର୍ମାଣରେ ମତଦାନ ପ୍ରଥମ ପଦକ୍ଷେପ । ଭୋଟରଙ୍କ ସହ ଇସିଆଇ ସବୁବେଳେ ରହିଛନ୍ତି ବୋଲି ସେ ସ୍ପଷ୍ଟ କରିଛନ୍ତି ।

ରାଜୀବ କୁମାର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ସେ ୨୦୨୦ ସେପ୍ଟେମ୍ବର ୧ରେ ନିର୍ବାଚନ କମିଶନର ଭାବେ ଯୋଗଦେଇଥିବାବେଳେ ୨୦୨୨ ମେ’ ୧୫ରେ ୨୫ତମ ସିଇସି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। କେରଳ କ୍ୟାଡରର ପୂର୍ବତନ ଆଇଏଏସ ଅଫିସର ଜ୍ଞାନେଶ କୁମାର ନୂଆ ମୁଖ୍ୟ ନିର୍ବାଚନ କମିଶନର ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଚୟନ ବୈଠକରେ ଜ୍ଞାନେଶ କୁମାରଙ୍କ ନାମରେ ମୋହର ବାଜିଥିଲା । ଉତ୍ତରପ୍ରଦେଶର ଆଗ୍ରା ଜିଲ୍ଲାରେ ଜ୍ଞାନେଶ କୁମାରଙ୍କ ଜନ୍ମ । ପିଲାଟି ଦିନରୁ ପ୍ରତିଭାବାନ ଥିଲେ ସେ । ବାରାଣସୀର କ୍ୱିନ୍ସ କଲେଜରେ ଟପର୍ ରହିଥିଲେ ।

ଅଧିକ ପଢନ୍ତୁ