ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତାଙ୍କୁ ଭେଟିଲେ ବିଜେଡିର ୪ ଜଣ ରାଜ୍ୟସଭା ସାଂସଦ

ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ ଦୁର୍ବୃତ୍ତଙ୍କ ପାଶବିକ ଅତ୍ୟାଚାରର ଶିକାର ହୋଇ ଜଳି ଯାଇଥିବା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍‌ସରେ ଭେଟିଛନ୍ତି ବିଜେଡିର ୪ ସାଂସଦ।। ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ଡ. ସସ୍ମିତ ପାତ୍ର, ସୁଲତା ଦେଓ ଓ ନିରଞ୍ଜନ ବିଶି ଏମ୍ସ ଯାଇ ପୀଡିତାଙ୍କୁ ଦେଖିଛନ୍ତି। ସେଠାରେ ପୀଡିତାଙ୍କ ଦାଦାଙ୍କ ସହ ଆଲୋଚନା କରିବା ସଙ୍ଗେ ସଙ୍ଗେ ଡାକ୍ତରଙ୍କଠା ପୀଡିତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅବଗତ ହୋଇଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ସାଂସଦମାନେ ପୀଡିତାଙ୍କୁ ଦେଖିବା ସହ ଚିକିତ୍ସା ପାଇଁ ଯାହା ଆବଶ୍ୟକ ସମସ୍ତ ସହଯୋଗ କରିବାକୁ ଆଶ୍ବାସନା ଦେଇଛନ୍ତି । ଖବର ଅନୁଯାୟୀ, ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତିନି ଜଣ ଦୁର୍ବୃତ୍ତ ନିଆଁରେ ପୋଡ଼ି ହତ୍ୟା କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ଆସିଥିଲା । ଏପିରିକି ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେଠାରୁ ଭୁବନେଶ୍ୱର ସ୍ଥିତ ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ଅବସ୍ଥା ଗୁରୁତର ଥିବାରୁ ରବିବାର ଅପରାହ୍ନ ସମୟରେ ଗୁରୁତର ନାବାଳିକାଙ୍କୁ ନୂଆଦିଲ୍ଲୀ ସ୍ଥିତ ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା । ତେବେ ଏହି ଘଟଣାରେ କିଏ କିଏ ସାମିଲ ଅଛନ୍ତି । ସେନେଇ ଆକ୍ସନ ମୋଡ଼କୁ ଆସିଛନ୍ତି ଜିଲ୍ଲା ପ୍ରଶାସନ ଓ ରାଜ୍ୟ ସରକାର । ଘଟଣାରେ ପୋଲିସ ତଦନ୍ତ କରୁଥିବା ବେଳେ କ୍ରାଇମବ୍ରାଞ୍ଚ ମଧ୍ୟ ଛାନ୍‌ଭିନ୍ ଜାରି ରଖିଛି ।

ଅଧିକ ପଢନ୍ତୁ