ରାଷ୍ଟ୍ରପତି ଭବନରୁ ଆସିଛି ଦିଲ୍ଲୀ ଡାକରା । ଦିଲ୍ଲୀ ଯିବେ ଆଦିବାସୀ ମହିଳା ସୁରୁ ତିରିଆ। ଆସନ୍ତା ସ୍ୱାଧୀନତା ଦିବସ ପାଳନ ସମାରୋହରେ ଯୋଗଦେବା ପାଇଁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ ପତ୍ର।ମୟୁରଭଞ୍ଜ ଜିଲ୍ଲା କୁସୁମି ବ୍ଲକ ବାସାଘୁଟୁ ଗ୍ରାମର ଆଦିବାସୀ ମହିଳା ସୁରୁ ଜଣେ ଗରିବ ପରିବାରର ଅବିବାହିତ ମହିଳା। ଘରର ବିଭିନ୍ନ କାର୍ଯ୍ୟ ସହ ଚାଷବାସରେ ପରିବାର ଲୋକଙ୍କୁ ସହଯୋଗ କରିଥାନ୍ତି। ରାଷ୍ଟ୍ରପତି ଭବନରୁ ଡାକ ଯୋଗେ ଆସିଥିବା ନିମନ୍ତ୍ରଣ ପତ୍ର ପାଇ ବେସ ଖୁସି ଅଛନ୍ତି ସୁରୁ ତିରିଆଙ୍କ ପରିବାର ଓ ଗ୍ରାମବାସୀ। ଏବେ ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ଉତ୍ସାହର ସହ ଅପେକ୍ଷାରେ ଅଛନ୍ତି ସୁରୁ ତିରିଆ। ସୁରୁ ଦିଲ୍ଲୀ ଯାଇ ଦେଶର ସର୍ବୋଚ୍ଚ ପଦବୀରେ ଥିବା ରାଷ୍ଟ୍ରପତିଙ୍କୁ ପାଖରୁ ଦେଖିବେ। ତେବେ ଏଇଟା ତାଙ୍କ ଜୀବନର ସବୁଠୁ ବଡ଼ ଖୁସି ହୋଇଥିବା ବେଳେ ସେ ରାଷ୍ଟ୍ରପତି ମହୋଦୟାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତେବେ ସେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ସମସ୍ତ ଯୋଜନାରେ ସାମିଲ ହୋଇ ଏହାର ଲାଭ ଉଠାଇ ପାରିଥିବାରୁ ସୁରୁ ତିରିଆଙ୍କୁ ଦିଲ୍ଲୀ ଡାକରା ଆସିଛି।
