ଦୀଘା ମନ୍ଦିର ବିବାଦ : ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ବରାନନ୍ଦ ସରସ୍ବତୀଙ୍କ ବଡ ବୟାନ

ଓଡିଶା ଦର୍ପଣ ( ଭୁବନେଶ୍ୱର )ଦୀଘା ଜଗନ୍ନାଥ ଧାମ ନାମ ବିବାଦ ପ୍ରସଙ୍ଗରେ ଜ୍ୟୋର୍ତିମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରନନ୍ଦ ସରସ୍ୱତୀ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଦୀଘା ଜଗନ୍ନାଥ ମନ୍ଦିର ପାଇଁ ଧାମ ଶଦ୍ଦ ବ୍ୟବହାର କରାଯିବା ଉଚିତ ନୁହେଁ । ପ୍ରଭୁ ଜଗନ୍ନାଥଙ୍କର କେବଳ ଗୋଟିଏ ଧାମ, ତାହା ପୁରୀ । ଏକ ଧାମ କେବଳ ଗୋଟିଏ ସ୍ଥାନରେ ରହିପାରିବ । ଦୀଘା ମନ୍ଦିରକୁ ଧାମ କହିବା ଠିକ୍‌ ନୁହେଁ ।କିନ୍ତୁ ସେପଟେ ଜିଦରେ ଅଟଳ ଅଛନ୍ତି ଦିଦି । ଦୀଘାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପୁଣି ବଡ ବଡ ଅକ୍ଷରରେ ଜଗନ୍ନାଥ ଧାମ ପୋଷ୍ଟର ମରାଯାଇଛି । ଦୀଘା ଜଗନ୍ନାଥ ମନ୍ଦିର ଉଦ୍‌ଘାଟନ ସମୟରେ ଯେଉଁ ଅସ୍ଥାୟୀ କାଗଜ ଓ ଥର୍ମାକୋଲରେ ସେଲ୍ଫି ପଏଣ୍ଟ କରାଯାଇଥିଲା ସେଥିରେ ଦୀଘା ଜଗନ୍ନାଥ ଧାମ ଲେଖାଥିଲା କିନ୍ତୁ ପ୍ରକୃତରେ ତାହା ସ୍ଥାଇ ନଥିଲା କେବଳ ଦୁଇ ଦିନ ପାଇଁ ଟେଣ୍ଡ ମାଲିକ ସେଲ୍ଫି ପାଇଁ ଲଗାଇ ଥିଲେ । ତେବେ ଦିଦି ମୁଣ୍ଡ ନୁଆଁଇ ଜଗନାଥ ଧାମ ଉଠାଇ ନେଇଥିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ପରେ ଗତକାଲି ରାତିରେ ପୁଣି ସ୍ଥାୟୀ ଭାବେ ମନ୍ଦିର ସମ୍ମୁଖରେ ଜଗନ୍ନାଥ ଧାମ ବୋଲି ଲଗା ଯାଇଛି । ଖାଲି ସେତିକି ନୁହେଁ ପୂର୍ବରୁ ଯେଉଁ ସେଲ୍ଫି ପଏଣ୍ଟ କରାଯାଇଥିଲା ପୁଣି ତାକୁ ତିଆରି ପାଇଁ ବ୍ୟବସ୍ଥା ଚାଲିଛି ।

ଅଧିକ ପଢନ୍ତୁ

kc ads