ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ୧୦ ଏବଂ ୧୧ ତାରିଖରେ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ପ୍ରଦାନ କରିଛନ୍ତି । । ୧୦ ତାରିଖରେ ଭୁବନେଶ୍ୱରରେ ପହଞ୍ଚିବା ପରେ ଜଟଣା ଯିବେ। ଆଉ ଜଟଣୀରେ ଫରେନସିକ୍ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ।

ପରେ ୧୦ ତାରିଖ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ଆଉ ୧୧ ତାରିଖ ଦିନ ସମ୍ୱଲପୁର ଗସ୍ତରେ ଯିବେ। ସମ୍ୱଲପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ତାପରେ ଭୁବନେଶ୍ୱର ଜନତା ମଇଦାନରେ ଶିଳାନ୍ୟାସ କରିବା ସହ ଅଭିଭାଷଣ ଦେବେ। ପରେ ଦିଲ୍ଲୀ ଫେରିଯିବେ।ଅମିତ ଶାହଙ୍କ ଗସ୍ତ ସଫଳ କରିବାକୁ ବିଜେପି କାର୍ଯ୍ୟାଳୟରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ବିଜେପି ସଭାପତି, ପ୍ରଭାରୀ, ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ ବସି ଆଲୋଚନା କରିଛନ୍ତି ।

ଅଧିକ ପଢନ୍ତୁ

Odisha Darpan Digital