ଦୁଇ ପ୍ରତିଶତ ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ।

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ବର୍ଦ୍ଧିତ ଭତ୍ତା ୨୦୨୫ ଜାନୁଆରୀ ପହିଲାରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ୍ ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ ।

ଅଧିକ ପଢନ୍ତୁ

kc ads